9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା। 10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା। 11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି। 12 ଆଉ ଦାଉଦ ସେହି ଦିନ ପରମେଶ୍ୱରଙ୍କ ବିଷୟରେ ଭୟ ପାଇ କହିଲେ, “ମୁଁ କିପରି ପରମେଶ୍ୱରଙ୍କ ସିନ୍ଦୁକ ମୋʼ ନିକଟକୁ ଗୃହକୁ ଆଣିବି?” 13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା ନିକଟକୁ ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ୱସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ। 14 ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି, ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କଲେ।
<- ପ୍ରଥମ ବଂଶାବଳୀ 12ପ୍ରଥମ ବଂଶାବଳୀ 14 ->