10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍, ଯାଖୀନ୍ 11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
12 ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ; 13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ। 14 ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ; 15 ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ 16 ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
17 ଆଉ ଦ୍ୱାରପାଳ, ଶଲ୍ଲୁମ୍, ଅକ୍କୂବ, ଟଲ୍ମୋନ, ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା। 18 ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ। 19 ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ। 20 ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ। 21 ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ। 22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ। 23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ। 24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ। 25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା; 26 କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ। 27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା। 29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ। 30 ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ। 31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା। 32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା। 34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
41 ମୀଖାର ପୁତ୍ର ପିଥୋନ୍, ମେଲକ୍, ତହରେୟ ଓ ଆହସ୍।