2 କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ। 3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ। 4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା। 5 ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8 ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା। 10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା। 11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା। 12 ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
29 ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା। 30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା। 31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା। 32 ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା। 33 ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା। 34 ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା। 35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା। 36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା। 37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା। 38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ[a] ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା। 39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ; 49 ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା, 50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ।
51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।
<- ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 8 ->- a ଚାଳିଶ ମହଣ ପ୍ରାୟ ୮୦୦ ଲିଟର