4 ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ, 5 ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ। 6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ। 7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ। 8 ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। 9 ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
17 ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ; 18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’ 19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”
20 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି। 21 ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।” 22 ତହିଁରେ ଶାମୁୟେଲ କହିଲେ,
24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି। 25 ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।” 26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।” 27 ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା। 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ। 29 ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।” 30 ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।” 31 ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
32 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।” 33 ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ। 35 ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
<- ପ୍ରଥମ ଶାମୁୟେଲ 14ପ୍ରଥମ ଶାମୁୟେଲ 16 ->