10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି “ଶାମୁୟେଲ, ଶାମୁୟେଲ,” ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, “କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।” 11 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। 12 ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହି ଦିନ ସଫଳ କରିବା। 13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ[a] କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ। 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”
15 ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ। 16 ପୁଣି, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।” 17 ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।” 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
19 ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ[b] କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ। 20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ। 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
<- ପ୍ରଥମ ଶାମୁୟେଲ 2ପ୍ରଥମ ଶାମୁୟେଲ 4 ->