7 ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ; 8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ। 9 ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ। 10 ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ। 11 ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
12 ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ। 13 ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
14 ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି;