4 ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ। 5 ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। 6 ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି। 7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
8 ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ। 9 ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର। 10 ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ। 11 ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”
<- ଦ୍ୱିତୀୟ ବଂଶାବଳୀ 18ଦ୍ୱିତୀୟ ବଂଶାବଳୀ 20 ->