3 ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ। 4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ। 5 ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ। 6 ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ। 7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।
14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା। 15 ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା। 16 ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି। 17 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” 18 ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା। 19 ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ। 20 ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍ଦୋନ୍କୁ[a] ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ, 21 “ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।”
29 ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। 30 ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। 31 ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ। 32 ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ। 33 ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।
<- ଦ୍ୱିତୀୟ ବଂଶାବଳୀ 33ଦ୍ୱିତୀୟ ବଂଶାବଳୀ 35 ->- a ମୀଖାର ପୁତ୍ର ଅବ୍ଦୋନ୍କୁ କିମ୍ବା ମୀଖାୟର ପୁତ୍ର ଅକ୍ବୋର