8 ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।” 9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା। 10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
11 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ। 12 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ। 13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। 14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 16 ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ। 17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ। 18 ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। 20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ। 21 ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ। 22 ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
28 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।
<- ଦ୍ୱିତୀୟ ରାଜାବଳୀ 13ଦ୍ୱିତୀୟ ରାଜାବଳୀ 15 ->