8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।” 9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।” 10 ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।” 11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
14 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।” 15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ: 17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ। 18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।” 19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?” 20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
<- ଦ୍ୱିତୀୟ ରାଜାବଳୀ 19ଦ୍ୱିତୀୟ ରାଜାବଳୀ 21 ->