6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।” 7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।” 9 ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା। 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।” 11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ। 12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା। 13 ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।” 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।” 21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?” 22 ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ[a] ରୂପା ଓ ଦୁଇ ସାଜ ପୋଷାକ ଦିଅ।’ ” 23 ଏଥିରେ ନାମାନ୍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ[b] ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ। 24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ। 25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।” 26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ? 27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।
<- ଦ୍ୱିତୀୟ ରାଜାବଳୀ 4ଦ୍ୱିତୀୟ ରାଜାବଳୀ 6 ->