7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା। 8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ 9 ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ। 11 ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା। 12 ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ। 13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ। 14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
18 ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା। 19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା। 20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। 21 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା। 22 ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।
<- ଦ୍ୱିତୀୟ ଶାମୁୟେଲ 20ଦ୍ୱିତୀୟ ଶାମୁୟେଲ 22 ->- a ପ୍ରାୟ ତିନି କିଲୋ ପାଞ୍ଚ ଶହ ଗ୍ରାମ୍