4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ। 5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।” 7 ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା। 8 ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।” 9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। 10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
11 ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ। 12 ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
13 ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। 14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ 15 ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ 16 ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍।
22 ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ। 23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର। 24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” 25 ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।
<- ଦ୍ୱିତୀୟ ଶାମୁୟେଲ 4ଦ୍ୱିତୀୟ ଶାମୁୟେଲ 6 ->