5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ। 6 ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?” 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।” 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?” 9 ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି। 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ। 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ। 12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”
<- ଦାନିୟେଲ 11