15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ। 16 କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ। 17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ। 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। 19 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।
20 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ। 21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ। 22 ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ। 23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ। 24 ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ। 25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ। 26 ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ। 27 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ। 28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
<- ଦ୍ୱିତୀୟ ବିବରଣ 11ଦ୍ୱିତୀୟ ବିବରଣ 13 ->