1 ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ। 2 ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ। 3 ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।
4 ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
13 ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ। 14 ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ। 15 ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ। 16 କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
17 ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତୁମ୍ଭକୁ ଯାହା କଲା; 18 ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର। 19 ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।
<- ଦ୍ୱିତୀୟ ବିବରଣ 24ଦ୍ୱିତୀୟ ବିବରଣ 26 ->