6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ? 7 କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?
12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; 14 ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ। 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ। 16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? 17 ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ,[a] ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ। 19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ। 20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।
<- ଉପଦେଶକ 4ଉପଦେଶକ 6 ->- a ଆହାର କରେ, ଅର୍ଥାତ୍ ବିତାଏ