13 ପରମେଶ୍ୱରଙ୍କର କାର୍ଯ୍ୟ ବିବେଚନା କର;
16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ? 17 ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ? 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
19 ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ। 20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ; 22 କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।
23 ମୁଁ ଜ୍ଞାନ ଦ୍ୱାରା ଏହିସବୁ ପରୀକ୍ଷା କରିଅଛି। ମୁଁ କହିଲି, “ମୁଁ ଜ୍ଞାନୀ ହେବି,” ମାତ୍ର ତାହା ମୋʼ ଠାରୁ ଦୂର ଥିଲା। 24 ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ? 25 ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା। 26 ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ। 27 ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ୱ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି; 28 ମୋହର ପ୍ରାଣ ଆଜି ପର୍ଯ୍ୟନ୍ତ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେହି ସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ। 29 ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ୱର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି।
<- ଉପଦେଶକ 6ଉପଦେଶକ 8 ->