4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। 5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। 6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ। 7 ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’ 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।
9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।” 10 ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
<- ଯାତ୍ରା ପୁସ୍ତକ 10ଯାତ୍ରା ପୁସ୍ତକ 12 ->