7 ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ। 8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ। 9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ। 10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ। 11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
18 ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ 19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ। 21 ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।
22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ। 23 ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ, 24 ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ, 25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।
26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ। 27 ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।
33 ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ, 34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।
35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ। 36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।
<- ଯାତ୍ରା ପୁସ୍ତକ 20ଯାତ୍ରା ପୁସ୍ତକ 22 ->- a ୩୩୦ ଗ୍ରାମ୍ ରୂପା