1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। 2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ। 3 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। 4 ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା। 5 ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
6 ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ। 7 ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।
11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ। 12 ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା। 13 ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’ ”
20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା। 21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା। 22 ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
23 ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ। 24 ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ। 25 ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।
<- ଯାତ୍ରା ପୁସ୍ତକ 6ଯାତ୍ରା ପୁସ୍ତକ 8 ->