5 ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।” 6 ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। 7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା। 12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। 21 ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।” 23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ। 24 ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
25 ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା। 26 କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। 28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। 30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
31 ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା। 32 ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ। 33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ। 35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
<- ଯାତ୍ରା ପୁସ୍ତକ 8ଯାତ୍ରା ପୁସ୍ତକ 10 ->