7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା। 8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ। 9 ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ। 10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ। 11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ। 12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। 13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ। 14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ? 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ। 17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ,
19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ: 20 ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା; 21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
<- ଯିହିଜିକଲ 25ଯିହିଜିକଲ 27 ->