9 ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ। 10 ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।
11 ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ। 12 ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରିଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।
13 ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ। 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ। 15 ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।
16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ। 17 ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ। 18 ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”
19 ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
21 ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା। 22 ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର-ବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା। 23 ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହି ସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା। 24 ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏହି ସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”
<- ଯିହିଜିକଲ 45ଯିହିଜିକଲ 47 ->