5 ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
8 ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି 9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।
12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। 14 ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। 15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
16 ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” 17 ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
18 ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା। 19 ପୁଣି, ସେହି ସ୍ଥାନର ନାମ ବେଥେଲ୍[a] ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, 21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ, 22 ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
<- ଆଦି ପୁସ୍ତକ 27ଆଦି ପୁସ୍ତକ 29 ->- a ଅର୍ଥାତ୍ ପରମେଶ୍ୱରଙ୍କ ଗୃହ