4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ। 5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
6 ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ। 7 ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍[a] ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ। 8 ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍[b] ହେଲା।
9 ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ। 10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। 12 ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।” 13 ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
14 ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ। 15 ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍ ରଖିଲେ।
21 ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
28 ଇସ୍ହାକଙ୍କର ଆୟୁର ପରିମାଣ ଏକ ଶହ ଅଶୀ ବର୍ଷ ଥିଲା। 29 ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।
<- ଆଦି ପୁସ୍ତକ 34ଆଦି ପୁସ୍ତକ 36 ->