5 ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ। 6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। 7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
8 ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍। 9 ରୁବେନ୍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି। 10 ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ। 11 ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।
12 ଯିହୁଦାର ପୁତ୍ର ଏର, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ। 13 ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ। 14 ସବୂଲୂନର ପୁତ୍ର ସେରଦ, ଏଲୋନ୍ ଓ ଯହଲେଲ। 15 ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
16 ଗାଦ୍ର ପୁତ୍ର ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରି, ଅରୋଦି ଓ ଅରେଲୀ। 17 ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ। 18 ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
19 ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍। 20 ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା। 21 ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ। 22 ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
23 ଆଉ ଦାନ୍ର ପୁତ୍ର ହୂଶୀମ୍। 24 ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ। 25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
26 ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ। 27 ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
31 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି। 32 ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’ 33 ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ, 34 ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”
<- ଆଦି ପୁସ୍ତକ 45ଆଦି ପୁସ୍ତକ 47 ->