1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି। 2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ; 3 ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ। 4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ। 5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ,
7 ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ 8 ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ, 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ; 10 ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।