7 ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା। 8 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା, 9 “ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।” 10 ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।” 11 ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା। 12 ପୁଣି, କୂଶୀୟ ଏବଦ୍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।” 13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
17 ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ। 18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।” 19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।” 20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। 21 ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି: 22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ,
23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ। 25 ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’ 26 ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’ ” 27 ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ। 28 ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
<- ଯିରିମୀୟ 37ଯିରିମୀୟ 39 ->