4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। 5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। 6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। 7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ। 8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। 9 ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା। 10 ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା। 11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
17 ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ। 18 ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ। 19 ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। 20 ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା। 21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। 22 ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା। 23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
28 ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ; 29 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା; 30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।