4 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର। 6 ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ[a] ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
7 ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। 8 ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।”
11 ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।
13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। 14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; 15 ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; 16 ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।” 17 ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
18 ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
20 ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ? 21 କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ବନ୍ଧରେ କହୁଥିଲେ। 22 ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।
- a ଦୁଇ ବା ତିନି ମହଣିଆ 120-150 ଲିଟର ଧରି ପାରୁଥିବା ଜାହାଲା