6 ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ। 7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। 8 ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” 9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।” 10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା। 11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”
<- ଯୂନସ 3