6 ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।” 7 ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ। 8 ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।” 9 ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ। 10 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। 11 ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ,
15 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।” 23 ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ। 24 ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ। 25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।” 26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। 27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
29 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ; 30 ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
31 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। 32 ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
33 ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ। 35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
36 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ; 37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ। 39 ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। 41 ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ। 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। 43 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।
<- ଯିହୋଶୂୟ 9ଯିହୋଶୂୟ 11 ->