5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା। 6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା। 7 ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା। 8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର। 9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା। 10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
<- ଯିହୋଶୂୟ 15ଯିହୋଶୂୟ 17 ->