6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। 7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। 8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9 ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ। 10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ। 11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। 12 ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। 13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। 14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ। 15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ। 16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ। 18 ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ। 19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। 20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ। 21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
<- ଲେବୀୟ ପୁସ୍ତକ 19ଲେବୀୟ ପୁସ୍ତକ 21 ->