1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ 2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।
3 ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
4 ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି,
7 ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
8 ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।
9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା? 11 ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? 13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।
15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, 16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ; 19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ, 20 ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ।
21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, 22 ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର;