1 ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। 2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
3 ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା, 4 ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ। 6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ। 7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ। 9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ,
11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀ-ଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ। 12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, 13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
14 ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା। 15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ,
20