1 ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ। 2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ। 3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ। 4 ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି। 5 ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି? 6 ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି,
14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ। 15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ। 16 [ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।]” 17 ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ। 18 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରିପାରେ ନାହିଁ, 19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?” 20 ଆଉ ସେ କହିଲେ, “ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ। 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ, 22 ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା; 23 ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
24 ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ। 25 ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା। 26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। 27 ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।” 28 କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି। 29 ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।” 30 ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।