10 ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; 11 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ। 12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ; 13 ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ। 14 ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ; 15 ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ। 16 ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17 ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18 ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ; 19 ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ। 20 ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ; 21 ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ। 22 ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ; 23 ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ। 24 ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
25 ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ; 26 ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ। 27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; 28 ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ। 29 ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ; 30 ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ। 31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
32 ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। 33 ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
34 ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
<- ଗଣନା ପୁସ୍ତକ 1ଗଣନା ପୁସ୍ତକ 3 ->