16 ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା। 17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ। 18 ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ। 19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।” 20 ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର, 21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି 22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ। 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ। 24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।” 25 ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ। 26 ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ। 27 ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ। 29 ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ। 30 ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।” 31 ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ। 32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। 34 ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର; 35 ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ, 36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ। 37 ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍; 38 ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ। 39 ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ। 40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା। 41 ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର[a] ରଖିଲା। 42 ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
<- ଗଣନା ପୁସ୍ତକ 31ଗଣନା ପୁସ୍ତକ 33 ->- a ଅର୍ଥାତ୍ ଯାୟୀରର ଗ୍ରାମ