100
ସ୍ତୁତିଗାନ
ଧନ୍ୟବାଦାର୍ଥକ ଗୀତ।
1 ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;
ଗାନ କରି ତାହାଙ୍କ ଛାମୁକୁ ଆସ।
3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;
ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ;
ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;