11
ସଦାପ୍ରଭୁଙ୍କଠାରେ ନିର୍ଭର
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ,
“ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ
ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି,
ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ,
ତେବେ ଧାର୍ମିକ କʼଣ କରି ପାରିବ?
4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,
ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ,
ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।
5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି;
ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ;
ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି;