3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। 4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି। 5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା। 7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।
8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ,
11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ। 12 ସେମାନେ ଉଚ୍ଚସ୍ୱରରେ କହୁଥିଲେ,
13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି,