6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। 7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ। 9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ। 10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ। 11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ। 12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।
<- ଯିଖରୀୟ 9ଯିଖରୀୟ 11 ->